ନଭେମ୍ବର୨୬ରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ

ଆସନ୍ତାକାଲି ଅର୍ଥାତ ନଭେମ୍ବର୨୬ରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ । ଏହା ପୂର୍ବରୁ ଆଜି ବିଧାନସଭାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ବୈଠକରେ ଯୋଗ ଦେଇଛନ୍ତି । ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡିଛନ୍ତି । ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି । ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗରେ ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି ।ସୂଚନାରୁ ପ୍ରକାଶ ଚଳିତ ବିଧାନସଭା ଶୀତ ଅଧିବେଶନ ପାଇଁ ୨୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଡିସିପିଙ୍କ ନେତୃତ୍ୱରେ ୮ ଜଣ ଆଡିସନାଲ ଡିସିପି, ୨ କମ୍ପାନୀ ସିଆରପିଏଫ୍, ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ୍ ୟୁନିଟ, ୪ ପ୍ଲାଟୁନ୍ ଏସଓଜି, ଡଗ୍ ସ୍କ୍ୱାଡ୍, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ ନିୟୋଜିତ ହୋଇଛନ୍ତି । ଏହା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ଗୁଇନ୍ଦା ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ତେବେ ଅଧିବେଶନ ସମୟରେ ଗାନ୍ଧୀ ମାର୍ଗ ପୁରା ସିସିଟିଭି ନଜରରେ ରହିବ । ଏହା ବ୍ୟତୀତ କମିଶନରେଟ୍ ପୋଲିସ ପକ୍ଷରୁ ୮ଟି ଅସ୍ଥାୟୀ କ୍ୟାମ୍ପ ପ୍ରସ୍ତୁତ କରାଯାଇଛି ।

Related Articles

Back to top button