ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୁତ ହେବ ଘନକୁହୁଡି । ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୟାଗଡ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଦୃଶ୍ୟମାନ କ୍ଷମତା ଖସିଆସିବା। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ ବୋଲି ଚେତାଇ ଦେଇଛି ପାଣିପାଗ କେନ୍ଦ୍ର । ବିଶେଷ କରି ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।

ସେହିଭଳି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବା ସହ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି । କିନ୍ତୁ ଆଜିଠାରୁ ରାଜ୍ୟରେ କିଛି ଜିଲ୍ଲାରେ ତାପମାତ୍ରା କମିବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିପାରେ । ଏହାସହ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ କିଛି ଥଣ୍ଡା ପବନ ପ୍ରବାହିତ ହୋଇପାରେ । ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସ୍ଥିତି ଉପୁଜିବା ସହ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ ।

Related Articles

Back to top button