
ରାଜ୍ୟସ୍ଥରୀୟ ନିଯୁକ୍ତି ମେଳାରେ ୬୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ଥରୀୟ ନିଯୁକ୍ତି ମେଳାରେ ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂତନ ଭାବେ ମନୋନୀତ ହୋଇଥିବା ପ୍ରାର୍ଥୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ପ୍ରାର୍ଥୀମାନଙ୍କୁ ନିଯୁକ୍ତି ମିଳିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨ ହଜାର ୭୫୩ ଜଣ ବହୁମୁଖୀ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସମେତ ୧୧୦ ଜଣ ଆର୍ୟୁବେଦିକ୍ ମେଡିକାଲ ଅଫିସର, ୧୦ ଜଣ ହୋମିଓପାଥ୍କ୍ ଅଧ୍ୟାପକ ଓ ୫ ଜଣ ଆୟୁଷ୍ କନିଷ୍ଠ ସହାୟକଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।