
ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ପ୍ରଧାନଙ୍କର ହେବ ଶେଷ କୃତ୍ୟ
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ପ୍ରଧାନଙ୍କର ଆଜି ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ହେଇଥିଲା ।ଦିଲ୍ଲୀସ୍ଥିତ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ରଙ୍କ ବାସଭବନରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ | ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ । ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।