୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି

ତାତି ଭିତରେ ଆଶ୍ବସ୍ତିକର ଖବର ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କମିବ ତାପମାତ୍ରା । ୫ ଦିନ ପାଇଁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। ଏହି କାଳବୈଶାଖୀ ସମୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିମି ଏବଂ ସ୍ଥାନେ ସ୍ଥାନେ ପବନର ବେଗ ୪୦ରୁ ୫୦ କିମି ରହିପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।୧୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ମୟୁରଭଞ୍ଜ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

୨୦ ତାରିଖ ପାଇଁ ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଆଦି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼କ ମଧ୍ଯରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ସୋନପୁର ରହିଛନ୍ତି।

୨୨ ତାରିଖ ପାଇଁ କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମଲାକାନାଗିରି ଆଦି ଜିଲ୍ଲାକୁ ୟେଲୋ ଆର୍ଟ ଜାରି ହୋଇଛି।୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

Related Articles

Back to top button