ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ।

ଏଣିକି ସ୍କୁଲରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ। ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Related Articles

Back to top button