ଦୀଘାରେ ଉଦ୍‌ଘାଟିତ ହେବାକୁ ଥିବା ଶ୍ରୀଜଗନ୍ନାଥ ମନ୍ଦିର ନେଇ ନିର୍ଦ୍ଦେଶନାମା ଜାରି

ସୁଆର ମହାସୁଆର ନିଯୋଗ ପକ୍ଷରୁ ବଡ଼ ସୂଚନା । ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ପାଇଁ ନିର୍ଦ୍ଦେଶନାମା ହୋଇଛି ଜାରି । ଦୀଘାରେ ଉଦ୍‌ଘାଟିତ ହେବାକୁ ଥିବା ଶ୍ରୀଜଗନ୍ନାଥ ମନ୍ଦିର ନେଇ ନିର୍ଦ୍ଦେଶନାମା । ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେବା ମନା। ସାମିଲ ହେଲେ ସମ୍ପୃକ୍ତ ସୁପକାର ସଭ୍ୟଙ୍କୁ ନିଯୋଗରୁ ବାସନ୍ଦ କରାଯିବ। ଶ୍ରୀମନ୍ଦିର ରୋଷ କାର୍ଯ୍ୟରୁ ସବୁଦିନ ବାରଣ କରାଯିବ । ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ଦସ୍ତଖତରେ ସୂଚନା ଜାରି ।ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l

ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି l ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛିlଜଗନ୍ନାଥ ମନ୍ଦିର ପରିଚାଳନା ନିମନ୍ତେ ମୁଖ୍ୟ ସଚିବଙ୍କ ସହ ଜିଲା ମାଜିଷ୍ଟ୍ରେଟ, ଏସପି, ଇସ୍କନର ମୁଖ୍ୟ ସହ ୨ ୨ ଜଣିଆ କମିଟି ଗଠନ କରାଯାଇଥିବାବେଳେ ଇସ୍କନ ମନ୍ଦିରର ସମସ୍ତ ପରିଚାଳନା କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l

Related Articles

Back to top button