
ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା
ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଉପକୂଳବର୍ତ୍ତୀ ଜିଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ମିଳିଛି । ଓଡିଶା ଉପକୂଳ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।