୧୭ ରୁ ୨୦ ତାରିଖ ଯାଏଁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି

ରାଜ୍ୟରେ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି । ୧୭ ରୁ ୨୦ ତାରିଖ ଯାଏଁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ସ୍ଥାନକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ସୃଷ୍ଟ ଲଘୁଚାପ । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷିବ ।ସୂଚନା ଯୋଗ୍ୟ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା ହେବ । ୧୭ ରୁ ୧୯ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button