
ଜୁଲାଇ ୭ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ
ଉତ୍ତର ଓଡ଼ିଶାରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ଜୁଲାଇ ୬ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ବର୍ତ୍ତମାନ ଏହା ଉତ୍ତର-ପୂର୍ବ ଆରବ ସାଗରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଗୁଜୁରାଟ, ମଧ୍ୟପ୍ରଦେଶ, ଛତିଶଗଡ଼ ଦେଇ ଗତି କରୁଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ଦିନ ଏହାର ମଧ୍ୟାହ୍ନ ବୁଲେଟିନରେ କହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
୩ ଦିନ ଯାଏ ଅତି ପ୍ରବଳ ବର୍ଷାର ସତର୍କତା ସହ ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିଭଳି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ବିଜୁଳି ଓ ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।ଜୁଲାଇ ୭ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ । ଆଗାମୀ ସାତ ଦିନ ମଧ୍ୟରେ ଭୁବନେଶ୍ୱର ଏବଂ କଟକ ଟ୍ୱୀନ ସିଟିରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା କିମ୍ବା ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ୫ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଓ ୧୭ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।