
ରବିବାର ଓ ସୋମବାର ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ : ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବାର ସମ୍ଭାବନା
ଓଡ଼ିଶାରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ କିଛି ଜିଲ୍ଲାରେ ଲାଗି ରହିଛି ବର୍ଷା। ଆସନ୍ତା ୨୪ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆହୁରି ବଢ଼ିବ। ୨୬ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।
ରବିବାର ଓ ସୋମବାର ସାରା ରାଜ୍ୟରେ ବର୍ଷା, ବଜ୍ରପାତ ଓ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବାର ସମ୍ଭାବନା ହିଛି। ଏଥିପାଇଁ ରାଜ୍ୟର ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ସବୁ ଜିଲ୍ଲାରେ ହାଲୁକା ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି।ଆଜି ମାଲାକାନିଗିର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ରହିବ। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଚେତାବନୀ ଜାରି କରିଛି। ସେପଟେ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱାର୍ଣ୍ଣିଂ ହୋଇଥିବା ସବୁ ଜିଲ୍ଲାରେ ପବନର ବେଗ ୩୦-୪୦ କିମି ରହିବ।
ସେପଟେ ୨୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।