
ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା ।
ଲୋକସେବା ଭବନରେ ବସିଥିବା ସଚିବସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରାଯାଇଛି । ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତାରେ ଏହି ସଚିବ ସ୍ତରୀୟ ବୈଠକ ବସିଛି । ୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ ସରକାରୀ ଅଫିସରେ AI କ୍ୟାମେରା ଲଗାଯିବ । ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ ।
ସେହିପରି CMଙ୍କ ଅଫିସରୁ ଆସୁଥିବା UI ନୋଟ୍ ର ତୁରନ୍ତ ଉତ୍ତର ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍ ଆସିବା ଉପରେ ଗୁରୁତ୍ବ ଦିଆଯାଇଛି । କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସେମାନଙ୍କୁ ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନହେଲେ VRS ଦିଆଯିବ । ଅକ୍ଟୋବର ମାସରୁ ଆରମ୍ଭ ହେବ CM ଡାସ୍ ବୋର୍ଡ । କେନ୍ଦ୍ରୀୟ ସ୍କିମ ପ୍ରତିମାସ ୭ ତାରିଖରେ ଜିଲ୍ଲାପାଳ ସମୀକ୍ଷା କରିବେ । ୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ । ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ବ ଦେବେ । ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ । ଏନ୍ଫୋର୍ସମେଣ୍ଟ ଉପରେ ସରକାରଙ୍କ ଗୁରୁତ୍ୱ ରହିବ ବୋଲି ବୈଠକରେ କୁହାଯାଇଛି ।