ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନଙ୍କ ସହ ଫୋନ୍ ରେ କଥା ହୋଇଛନ୍ତି। ମୋଦୀ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।

ଗତ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଯାଇଥିଲେ । ଫଳରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ଜଣା ପଡ଼ିଥିଲା । ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି । ନବୀନ ପଟ୍ଟନାୟକଙ୍କ ଅସୁସ୍ଥ ହେବା ଖବର ଜଣାପଡ଼ିବା ପରେ ହସ୍ପିଟାଲକୁ ଦଳୀୟ ନେତାମାନଙ୍କର ଯିବା ଲାଗିଥିବା ସୂଚନା ମିଳିଥିଲା । ଭିଡ଼ ଆଶଙ୍କା କରି କମିସନରେଟ ପୁଲିସ ପକ୍ଷରୁ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଥିଲା ।

Related Articles

Back to top button