ଦୀପାବଳିରେ ୪ ମେଟ୍ରୋ ସହରରେ, ୨୦୨୩ ଡିସେମ୍ବର ସୁଦ୍ଧା ସମଗ୍ର ଦେଶରେ ୫-ଜି ସେବା ଯୋଗାଇବ ଜିଓ କମ୍ପାନୀ

ଆସନ୍ତା ଦୀପାବଳି ସୁଦ୍ଧା ଦେଶର ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇ ଭଳି ମେଟ୍ରୋ ସହର ସମେତ ଅନ୍ୟ ପ୍ରମୁଖ ସହରରେ ଜିଓ ୫ଜି ହାଇ-ସ୍ପିଡ୍ ଟେଲିଫୋନ ସେବା ଆରମ୍ଭ ହେବ । ଏହା ପରେ ୨୦୨୩ ଡିସେମ୍ବର ସୁଦ୍ଧା ଦେଶର କୋଣ ଅନୁକୋଣରେ ପ୍ରତିଟି ଗ୍ରାମ ଓ ତହସିଲରେ ଜିଓ ୫-ଜି ସେବା ପହଞ୍ଚାଯିବ।

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍‌ଆଇଏଲ୍‌)ର ୪୫ତମ ବାର୍ଷିକ ସାଧାରଣ ବୈଠକରେ କଂପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନି କହିଛନ୍ତି ଯେ, ୨୦୨୩ ଡିସେମ୍ବର ସୁଦ୍ଧା କଂପାନିର ୫ଜି ସେବା ସର୍ବଭାରତୀୟ ସ୍ତରରେ ଉପଲବ୍ଧ ହେବ। ସେ କହିଛନ୍ତି, ଏକ ସମ୍ପୂର୍ଣ୍ଣ ଭାରତୀୟ ୫-ଜି ନେଟ୍‌ୱର୍କ ବିକଶିତ କରିବା ଲାଗି ଆମେ ମୋଟ ୨ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ କରିବାକୁ ପ୍ରତିବଦ୍ଧ ଅଛୁ । ଭାରତ ଭଳି ଏକ ବିଶାଳ ଦେଶ ପାଇଁ ଜିଓ ପକ୍ଷରୁ ସର୍ବକାଳୀନ ଦ୍ରୁତ ଗତିର ଓ ମହତ୍ୱକାଂକ୍ଷୀ ୫ଜି ସେବା ଆରମ୍ଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି ।
ଶ୍ରୀ ଅମ୍ବାନି କହିଛନ୍ତି ଯେ ୫-ଜି ସେବା ଆରମ୍ଭ ହେବା ପରେ ଜିଓ ପକ୍ଷରୁ କନେକ୍ଟେଡ୍ ଇଟେଂଲିଜେନ୍‌ସ ଥିବା କୋଟି କୋଟି ସ୍ମାର୍ଟ ସେନ୍‌ସର ଶୁଭାରମ୍ଭ କରାଯିବ ଯାହା ଇଣ୍ଟରନେଟ୍ ଅଫ୍ ଥିଙ୍ଗସ୍ ଓ ଚତୁର୍ଥ ଶିଳ୍ପ ବିପ୍ଳବକୁ ଆଗକୁ ବଢ଼ାଇବ। ଏହା ପ୍ରତ୍ୟକଙ୍କୁ, ପ୍ରତି ସ୍ଥାନକୁୁ ଓ ସବୁ କିଛିକୁ ଉଚ୍ଚ ମାନର ଓ ସବୁଠୁ ସୁଲଭ ଡାଟା ସହିତ ଯୋଡ଼ିବ ।
ଏହି ଅବସରରେ ଆକାଶ ଅମ୍ବାନି ଜିଓର ଅଭିନବ ସମାଧାନ ଜିଓ ଏୟାର ଫାଇବର ହୋମ୍ ଗେଟ୍‌ୱେ ପ୍ରଦର୍ଶିତ କରିଥିଲେ ଯେଉଁଥିରେ କୌଣସି କେବୁଲ ନଥାଇ ଫାଇବର ଭଳି ହାଇ ସ୍ପିଡ୍ ଡାଟା ମିଳିପାରିବ ।

Related Articles

Back to top button