ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ସମୀକ୍ଷା ପାଇଁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ : ପୁରୀ ଶ୍ରୀ ମନ୍ଦିରର ସୁରକ୍ଷା ଓ ମରାମତି ସମ୍ପର୍କିତ  ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ମାମଲାର ଶୁଣାଣି କରି ସାନି ସ୍ଥିତି ସମ୍ପର୍କରେ ଅବଗତ କରାଇବାକୁ ଆମିକସକ୍ୟୁରୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆମିକସକ୍ୟୁରୀ ଶ୍ରୀମନ୍ଦିର ଗ୍ରସ୍ତ କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଅବଗତ କରାଇବେ ।

ତେବେ ଏନେଇ କୋର୍ଟଙ୍କ ଠାରୁ କେଉଁ ପ୍ରକାର ନିର୍ଦ୍ଦେଶ ଆବଶ୍ୟକ, ତାହା ସତ୍ୟପାଠରେ ଉଲ୍ଲେଖ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ଶ୍ରୀମନ୍ଦିର ସୁରକ୍ଷା ନେଇ ୨୦୧୮ ମସିହାରେ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା । ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ମାସ ୧୮ ତାରିଖକୁ ଧାର୍ଯ୍ୟ କରାଯାଇଛି । ଗତ ୨୦୧୮ ମସିହାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଭିତର ରତ୍ନଭଣ୍ଡାର ଖୋଲାଯିବା ନେଇ ସରକାରଙ୍କ ପକ୍ଷରୁ ଯୋଜନା ହୋଇଥିଲା । ଏଏସଆଇ ମଧ୍ୟ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି କିପରି ଅଛି  ଅନୁଧ୍ୟାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ହେଲେ ରତ୍ନଭଣ୍ଡାର ଚାବି ହଜିଯାଇଥିବା ଜିଲ୍ଲାପାଳ ସୂଚନା ଦେବା ପରେ ଭିତର ରତ୍ନଭଣ୍ଡାର ଖୋଲାଯାଇ ପାରି ନଥିଲା କିମ୍ବା ସ୍ଥିତି ମଧ୍ୟ ଯାଞ୍ଚ ହୋଇପାରି ନଥିଲା । ବର୍ତ୍ତମାନ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ପୁଣିଥରେ ଚର୍ଚ୍ଚାର ବିଷୟ ପାଲଟିଛି ।

Related Articles

Back to top button