ଆଉ ନାହାନ୍ତି ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟା

ଆଉ ନାହାନ୍ତି ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟା । ୮୦ ବର୍ଷ ବୟସରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ଅନେକ ପୁସ୍ତକ ରଚନା କରି ଅର୍ଜନ କରିଥିଲେ ପ୍ରସିଦ୍ଧି । ସେ ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା । ସେ ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକ ଥିଲେ ।

ତାଙ୍କର ସ୍ବାମୀ ହେଉଛନ୍ତି ପ୍ରଖ୍ୟାତ ଆମେରିକୀୟ ପ୍ରକାଶକ ସୋନି ମେହେଟ୍ଟା । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି ।

ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ । ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ ।

Related Articles

Back to top button