ରଥ ଟାଣିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଉଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ମିଳନ। ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ପୁରୀ । କୋଭିଡ କଟକଣା କୋହଳ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀପୁରୀରେ ପହଞ୍ଚି ରଥଯାତ୍ରା ଦେଖିବା ସହ ନନ୍ଦିଘୋଷ ରଥ ମଧ୍ୟ ଟାଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମଧ୍ୟ ଉପସ୍ଥିତ ଅଛନ୍ତି। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ ବଡଦାଣ୍ଡରେ ତିନି ରଥ ଗଡିଛି। ପ୍ରଥମେ ତାଳଧ୍ୱଜ, ପରେ ପରେ ଦର୍ପଦଳନ ଏବଂ ଶେଷରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ।

ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ବିକ୍ରମ କେଶରୀ ଆରୁଖ, ୫-ଟି ସଚିବ ଭି.କେ ପାଣ୍ଡିୟାନ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଥାଉକି, ପୁରୀ ଯାଇ ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

Related Articles

Back to top button