ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା

ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପୂର୍ବରୁ ଅସହ୍ୟ ତାତିରେ ଜନଜୀବନ ହନ୍ତସନ୍ତ ହେଉଥିଲେ । କିନ୍ତୁ ବର୍ଷା ଓ କୋହଲା ପାଗ ପାଇଁ ଆଶ୍ବସ୍ତି ଅନୁଭବ ହେଉଛି । ରାଜ୍ୟରେ ଆସନ୍ତା କାଲି ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ ପାଗ ମେଘୁଆ ରହିଥିଲା । ଆସନ୍ତା ୧୧ ତାରିଖରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି । ଏହା ସହିତ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାରେ ସମ୍ଭାବନା ମଧ୍ୟ ରହିଛି ।

Related Articles

Back to top button