ଅମିତାଭ ବଚ୍ଚନ ପୁଣି କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ଦ୍ୱିତୀୟ ଥର ପାଇଁ କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଟୁଇଟର ଯୋଗେ ଏହି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କୋଭିଡ୍‌ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ୨୦୨୦ରେ ଅମିତାଭ କୋଭିଡ୍‌ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେତେବେଳେ ତାଙ୍କ ପୁଅ ଅଭିଷେକ, ବୋହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣୀ ଆରାଧ୍ୟା ମଧ୍ୟ ଉକ୍ତ ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିଲେ।

Related Articles

Back to top button