ଅଭିନେତା ବାବୁସାନ୍ ମହାନ୍ତି ଅସୁସ୍ଥ, ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ସୁପରଷ୍ଟାର ତଥା ଲୋକପ୍ରିୟ ଅଭିନେତା ବାବୁସାନ୍ ମହାନ୍ତି ଅସୁସ୍ଥ ହୋଇ ପଡ଼ିଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଅଛନ୍ତି। ଅକ୍ସିଜେନ କମିଯିବାରୁ ବାବୁଶାନ ଅସୁସ୍ଥ ହୋଇ ପଡ଼ିଥିବା ଜଣାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ କିଛି ଦିନ ପୂର୍ବରୁ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ଲଦାଖରେ  ପ୍ରାଥମିକ ଚିକିତ୍ସା ପରେ ସେ ଭୁବନେଶ୍ୱର ଫେରିଥିଲେ। ମାତ୍ର ଏଠାରେ ପୁଣି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Related Articles

Back to top button