ଆଉ ନାହାଁନ୍ତି ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଅଭିନେତା ଶରତ ବାବୁ

ଆରପାରିରେ ଲୋକପ୍ରିୟ ଦକ୍ଷିଣ ଭାରତୀୟ ଅଭିନେତା ଶରତ ବାବୁ । ସୋମବାର ୭୧ ବର୍ଷ ବୟସରେ ହାଇଦ୍ରାବାଦର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ସୂଚନା ଅନୁସାରେ, ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଶରତ ବାବୁ ଗତ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲା। ତାଙ୍କର ଅନେକ ପ୍ରମୁଖ ଅଙ୍ଗ ଭଲ ଭାବେ କାମ କରୁ ନଥିଲା। ଶରତ ବାବୁଙ୍କ ବିୟୋଗ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ସୃଷ୍ଟି କରିଛି।

Related Articles

Back to top button