ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା: ଆହତ ଯୋଗୁ ଦଳରୁ ବାଦ୍ ପଡ଼ିଲେ ପେସ୍ ବୋଲର ମହମ୍ମଦ ସାମି

ନୂଆଦିଲ୍ଲୀ: ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା ।  ଦଳରୁ ବାଦ୍ ପଡ଼ିଲେ ପେସ୍ ବୋଲର ମହମ୍ମଦ ସାମି । ଆହତ ଯୋଗୁ ଦିନିକିଆ ଓ ଟେଷ୍ଟ ସିରିଜ୍ରୁ ବାହାରିଯାଇଛନ୍ତି ସାମି । ହାତରେ ଆଘାତ ଲଗିଥିବାରୁ ମ୍ୟାଚ୍ ଖେଳିବା ସମ୍ଭାବନା କମ୍ ରହିଛି । ତାଙ୍କ ସ୍ଥାନରେ ଜାମ୍ମୁ ଏକ୍ସପ୍ରେସ୍ ଉମ୍ରାନ୍ ମଲ୍ଲିକ୍କୁ ସୁଯୋଗ ମିଳିଛି ।

ଆସନ୍ତା ଶୁକ୍ରବାର ଠାରୁ ଆରମ୍ଭ ହେବ ବାଂଲାଦେଶ-ଭାରତ ଦିନିକିଆ ସିରିଜ୍ । ୩ଟି ଓ୍ବାନଡେ ସହିତ ୨ଟି ଟେଷ୍ଟ ମ୍ୟାଚ୍ ଖେଲାଯିବ । ହେଲେ ଏହା ପୂର୍ବରୁ ଭାରତୀୟ ଦଳ ପାଇଁ ସମସ୍ୟା ବଢିଛି । ଟିମ୍‌ରୁ ବାହାର ହୋଇଯାଇଛନ୍ତି ପେସ୍ ବୋଲର ମହମ୍ମଦ ସାମି । ହାତରେ ଆହାତ ଯୋଗୁ ଟିମ୍ରୁ ବାଦ୍ ପଡ଼ିଛନ୍ତି ଏହି ଅନୁଭବୀ ବୋଲର । ମହମ୍ମଦ ସାମି ଉଭୟ ଓ୍ବେନଡେ’ ଓ ଟେଷ୍ଟ ଟିମ୍ରୁ ବାହାର ହୋଇଯାଇଛନ୍ତି । ସେପଟେ ସାମିଙ୍କ ସ୍ଥାନରେ ଦ୍ରୁତ ବୋଲର ଉମ୍ରାନ ମଲ୍ଲିକକୁ ସୁଯୋଗ ଦେଇଛି ବିସିସିଆଇ ।

ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ବକପ ପରେ ଟ୍ରେନିଂ ସମୟରେ ଆହତ ହୋଇଥିଲେ ସାମି । ପୂର୍ବରୁ ଦଳରେ ମହମ୍ମଦ ସିରାଜ୍, ଦୀପକ ଚହର, ସର୍ଦୁଲ ଠାକୁର ଓ କୁଲଦୀପ ସେନ୍ ଆଦି ପେସ୍ ବୋଲର ରହିଛନ୍ତି । ସାମିଙ୍କ ସ୍ଥାନରେ ଉମ୍ରାନ ସାମିଲ ହେବା ପରେ ଦଳ ଆହୁରି ମଜବୁତ ହୋଇଛି ।

ବାଂଲାଦେଶ ବିରୋଧରେ ଡିସେମ୍ବର ୪ତାରିଖରେ ଢାକାରେ ଖେଳାଯିବ ପ୍ରଥମ ଓ୍ବାନଡେ ମ୍ୟାଚ୍ । ୭ତାରିଖରେ ଦ୍ବିତୀୟ ମ୍ୟାଚ୍ ଓ ୧୦ରେ ତୃତୀୟ ଦିନିକିଆ ଖେଳାଯିବ । ଏହା ପରେ ଡିସେମ୍ବର ୧୪ତାରିଖରୁ ଆରମ୍ଭ ହେବ ପ୍ରଥମ ଟେଷ୍ଟ । ସେହିପରି ୨୨ ତାରିଖରୁ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ ।

Related Articles

Back to top button