
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ
ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିିଚି। କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବିଜାପୁର ଜିଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଘଟଣା ସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଗୋଟିଏ ଏଲ.ଏମ.ଜି, ଗୋଟିଏ ଏ.କେ-୪୭ ବନ୍ଧୁକ ଜବତ କରାଯାଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି।