
ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍ :ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ୩୧୫ ସ୍ପେଶାଲ ଟ୍ରେନ୍ ଚାଲିବ ଏବଂ ରାଜ୍ୟର ସବୁ ଅଞ୍ଚଳକୁ ପହଞ୍ଚିବ । ଏଥିରେ ୧୫ ହଜାର ଯାତ୍ରୀ ରହିଲା ଭଳି ଟେଣ୍ଟ ଲଗାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।
ସୂଚନା ଅନୁଯାୟୀ, ଜୁଲାଇ ୭ରେ ଅନୁଷ୍ଠିତ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ଆଲୋଚନା ପରେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପୁରୀକୁ ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି କହିଛନ୍ତି।