ସୁକୁମା ଜିଲ୍ଲାରେ କୁମ୍ବିଂ ଅପରେସନ ବେଳେ ସୁରକ୍ଷା କର୍ମୀଙ୍କ ହାତରେ ଧରା ପଡିଲେ ୬ ହାଡକୋର ମାଓବାଦୀ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକୁମା ଜିଲ୍ଲାରେ ପୋଲିସକୁ ବଡ ସଫଳତା । କୁମ୍ବିଂ ଅପରେସନ ବେଳେ ସୁରକ୍ଷା କର୍ମୀଙ୍କ ହାତରେ ଧରା ପଡିଲେ ୬ ହାଡକୋର ମାଓବାଦୀ । ଏମାନଙ୍କ ମଧ୍ୟରେ ଦୁଇ ଜଣଙ୍କ ମୁଣ୍ଡ ଉପରେ ପୁର୍ବରୁ ଏକ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ ସରକାର ।କୋଣ୍ଟା ଥାନା ଅଞ୍ଚଳରୁ ଦୁଇ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଥିବାବେଳେ ବେଜି ଥାନା ଅଞ୍ଚଳରୁ ୪ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ନକ୍ସଲ ମାନେ ସୁରକ୍ଷା ବାହିନୀକୁ କ୍ଷତି ପହଞ୍ଚାଇବା ଲାଗି ପାଖରେ ରଖିଥିବା ବିସ୍ଫୋରକ ସାମଗ୍ରୀକୁ ଜବତ କରିଛନ୍ତିସୁରକ୍ଷା କର୍ମୀ ।

ଡିଆରଜି ଓ ସିଆରପିଏଫ ବାହିନୀର ମିଳିତ ଅପରେସନ ବେଳେ ଏହି ୬ ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷା କର୍ମୀ । ଗିରଫ ପରେ ଜଙ୍ଗଲ ଭିତରୁ ୩ କିଲୋଗ୍ରାମ ଓଜନର ଗୋଟିଏ ଟିଫିନ ବୋମା, ୭ ମିଟର କୋଡେକ୍ସ ତାର, ୧୫ ମିଟର ବୈଦ୍ୟୁତିକ ତାର, ୫ ଟି ଡିଟୋନିଟର ଜବତ କରାଯାଇଛି ।

Related Articles

Back to top button