ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଛତିଶଗଡ଼ ସୀମାରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି କରିଛନ୍ତି । ସୁରକ୍ଷାକର୍ମୀମାନେ ବିଜାପୁର ଜିଲ୍ଲା କେଶକୁଟଲ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି କରିଥିବା ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ ହୋଇଛି । ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ କରୁଛନ୍ତି । ଉକ୍ତ ଜଙ୍ଗଲରେ ନକ୍ସଲବାଦୀମାନେ ଲୁଚି ରହିଥିବା ଖବର ସୁରକ୍ଷାକର୍ମୀମାନେ ପାଇଁ ସର୍ଚ୍ଚ ଅପରେସନ କରିଥିଲେ । ଏହି ସର୍ଚ୍ଚ ଅପରେସନରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି ।

Related Articles

Back to top button