ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଛି । ସେହିପରି ସୂର୍ଯ୍ୟକୁମାର ଯାଦବଙ୍କୁ ଉପ ଅଦିନାୟକ ଭାବେ ଚୟନ କରାଯାଇଛି । ଏହି ସିରିଜରେ ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମାଙ୍କୁ ସୁଯୋଗ ମିଳିଛି । ଅନ୍ୟପଟେ କୁଲଦୀପ ଯାଦବ ଦଳକୁ ଫେରିଛନ୍ତି ।

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ ଭାରତୀୟ ଟିମକୁ ନେଇ ମୈଦାନକୁ ଓହ୍ଲାଇବ ଭାରତ । ଅଗଷ୍ଟ ୩ ତାରିଖରୁ ଆରମ୍ଭ ହେବ ୫ଟିକିଆ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ । ତେବେ ଆଇପିଏଲରେ ଭଲ ପ୍ରଦର୍ଶନ ପରେ ୱେଷ୍ଟ ଇଣ୍ଡିଜ ବିପକ୍ଷରେ ଯୁବ ବାହିନୀ କେତେ ଭଲ ପ୍ରଦର୍ଶନ କରୁଛି ତାହା ଦେଖିବା ବାକି ରହିଲା ।

Related Articles

Back to top button