
ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ
ଲୋକସଭା ନିର୍ବାଚନ ଲାଗି ତିନୋଟି ରାଜ୍ୟ ପାଇଁ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ତିନୋଟି ଯାକ ରାଜ୍ୟରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ । ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦଳ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ପ୍ରଚାର କରିବେ । ବିହାର, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି ।