
ସୁପ୍ରିମକୋର୍ଟରେ ୫ ଜଣ ନୂତନ ବିଚାରପତିଙ୍କ ନିଯୁକ୍ତିକୁ ଅନୁମୋଦନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ୫ ଜଣ ନୂତନ ବିଚାରପତିଙ୍କ ନିଯୁକ୍ତିକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ସେମାନଙ୍କ ମଧ୍ୟରେ ପଙ୍କଜ ମିତଲ (ରାଜସ୍ଥାନ ହାଇକୋର୍ଟର ପ୍ରଧାନ ବିଚାରପତି), ସଞ୍ଜୟ କାରୋଲ (ପାଟନା ହାଇକୋର୍ଟର ପ୍ରଧାନ ବିଚାରପତି), ପି.ଭି ସଞ୍ଜୟ କୁମାର (ମଣିପୁର ହାଇକୋର୍ଟର ପ୍ରଧାନ ବିଚାରପତି), ଅହସାନୁଦ୍ଦିନ ଅମାନୁଲ୍ଲା (ପାଟନା ହାଇକୋର୍ଟର ବିଚାରପତି) ଏବଂ ମନୋଜ ମିଶ୍ର (ଆହ୍ଲାବାଦ ହାଇକୋର୍ଟର ବିଚାରପତି) ଅଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଏହି ସୂଚନା ଦେଇଛନ୍ତି।