
ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିବା ସହ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଦିଲ୍ଲୀ ଏମ୍ସରେ ପୁରୀ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ପୀଡ଼ିତାଙ୍କୁ ଭେଟିବା ସହ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ଠାରୁ ପଚାରି ବୁଝିଛନ୍ତି ଉପମୁଖ୍ୟମନ୍ତ୍ରୀ। ଏଥିସହ ତାଙ୍କ ପରିବାର ଓ ସମ୍ପର୍କୀୟଙ୍କ ସହ ମଧ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଲୋଚନା କରିଛନ୍ତି। ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସୁଥିବା ଜଣାପଡ଼ିଛି ।ଗତ ଶନିବାର ପୀଡ଼ିତା ସାଙ୍ଗ ଘରକୁ ଯାଉଥିବାବେଳେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ଟେକି ନେଇ ଦେହରେ କେରୋସିନ ପକାଇ ନିଆଁ ଲଗାଇ ଦେଇଥିଲେ । ପୀଡ଼ିତା ଚିତ୍କାର କରିବା ପରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତାଙ୍କୁ ତୁରନ୍ତ ପିପିଲି ହସ୍ପିଟାଲ ଏବଂ ସେଠାରୁ ଭୁବନେଶ୍ବର ଏମ୍ସକୁ ନିଆଯାଇଥଲା । ଭୁବନେଶ୍ୱର ଏମ୍ସ ପରେ ପୀଡ଼ିତାଙ୍କୁ ଏୟାର ଲିଫ୍ଟ କରି ଦିଲ୍ଲୀ ଏମ୍ସ ନିଆଯାଇଥିଲା । ଯେଉଁଠାରେ ପୀଡ଼ିତାଙ୍କ ଚିକିତ୍ସା ଚାଲିଛି ।