ଜଗଦୀପ ଧନଖଡ଼ ହେଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଧନଖଡ଼ଙ୍କୁ ୪୨୮ ଖଣ୍ଡ ଭୋଟ ମିଳିଥିବା ବେଳେ ମିଳିତ ବିରୋଧୀ ଦଳ ପ୍ରାର୍ଥୀ ମାର୍ଗାରେଟ ଅଲଭାଙ୍କୁ ୧୮୨ ଖଣ୍ଡ ଭୋଟ ମିଳିଛି । ଏନେଇ ଲୋକସଭା ମହାସଚିବ ଉତ୍ପଲ କୁମାର ସିଂ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ଜଗଦୀପ ଧନଖଡ଼ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଥିଲେ । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କେୟା ନାୟଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବ । ଏହାପରେ ଧନଖଡ଼ ଉପରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ।

Related Articles

Back to top button