
ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ।
ରାଜ୍ୟରେ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ। ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସ୍ଥିର କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ରେଜିଷ୍ଟ୍ରାର ଏବଂ ପ୍ରିନ୍ସିପାଲ୍ଙ୍କୁ ଚିଠି କରାଯାଇଛି।
ସୂଚନା ମୁତାବିକ, ୧୯୭୫ ମସିହା ଜୁନ ୨୫ ତାରିଖରେ ଦେଶରେ ଲାଗୁ ହୋଇଥିଲା ଜରୁରୀକାଳୀନ ପରିସ୍ଥିତି । ତେବେ ଏହି ଜରୁରୀକାଳୀନ ପରିସ୍ଥିତିର ୫୦ତମ ବର୍ଷ ପୂର୍ତ୍ତି ଚଳିତ ଜୁନରେ ହେବାକୁ ଯାଉଛି। ଏହି ଅବସରରେ ଜନସାଧାରଣଙ୍କୁ ସଚେତନ କରାଯାଇ ସମ୍ବିଧାନର ସୁରକ୍ଷା ଓ ଅଧିକାର ନେଇ ଆଲୋଚନା କରାଯିବ।ଜରୁରୀକାଳୀନ ପରିସ୍ଥିତିର ୫୦ତମ ବର୍ଷ ପୂର୍ତ୍ତିକୁ ନେଇ କେନ୍ଦ୍ର ସରକାରଙ୍କର ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି। ଭୁବନେଶ୍ବର ରେଳ ଅଡିଟୋରିଅମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଡିଶାର ସମସ୍ତ ଜିଲ୍ଲାରୁ ଜନସାଧାରଣ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ଜରୁରୀକାଳୀନ ପରିସ୍ଥିତିର ସ୍ବତନ୍ତ୍ରତା ସେନାନୀ ମାନଙ୍କୁ ମଧ୍ୟ ନିମନ୍ତ୍ରିତ କରାଯାଇଛି । ସେମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ।