ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜେସୱାଲଙ୍କ ପ୍ରତିକ୍ରିୟା

କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଏବଂ ପରବର୍ତ୍ତୀ ସମୟରେ ସୃଷ୍ଟି ହୋଇଥିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରାଯାଇଛି। ଏହି ଘଟଣାକୁ ଗୁରୁତର ସହ ନେଇ ବୈଦେଶିକ ବ୍ୟାପର ମନ୍ତ୍ରାଳୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି।କିଟ୍‌‌ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ମୃତ୍ୟୁ ମାମଲାରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜେସୱାଲ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଅନ୍ତର୍ଜାତୀୟ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଆମର ପ୍ରାଥମିକତା। ଓଡ଼ିଶା ସରକାର ଓ କିଟ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛୁ। ନେପାଳ କର୍ତ୍ତୃପକ୍ଷଙ୍କ ସହ ମଧ୍ୟ ଯୋଗାଯୋଗରେ ରହିଛୁ। ଏହି ଘଟଣାର ତଦନ୍ତ ପାଇଁ ଓଡ଼ିଶା ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ପୁଲିସ କାର୍ଯ୍ୟାନୁଷ୍ଠାନ ନେଇ କିଛି ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।

ନେପାଳୀ ଛାତ୍ରଛାତ୍ରୀ କିଭଳି ଫେରିବେ ଓ ସେମାନଙ୍କ ପାଠପଢ଼ାରେ ଯୋଗଦେବେ ସେଥିପାଇଁ ଓଡ଼ିଶା ସରକାର ଏବଂ କିଟ କର୍ତ୍ତୃପକ୍ଷ ନେଉଥିବା ପଦକ୍ଷେପ ଉପରେ ସ୍ୱତନ୍ତ୍ର ଦୃଷ୍ଟି ରଖାଯାଇଛି ବୋଲି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ମୁଖପାତ୍ର କହିଛନ୍ତି।ନେପାଳ ଛାତ୍ରଛାତ୍ରୀଙ୍କୁ ଭାରତରେ ରହି ପାଠ ପଢ଼ିବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜେସୱାଲ ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି।

Related Articles

Back to top button