ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ଚାପମୁକ୍ତ କରିବାକୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ଚାପମୁକ୍ତ କରିବାକୁ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୋମବାର ଦିନ ସକାଳ ୧୧ରେ ଆୟୋଜିତ ହେବ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ । ୨୦୧୮ ମସିହାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ପ୍ରଥମ ସଂସ୍କରଣରେ ୨୨,୦୦୦ଜଣ ପଞ୍ଜିକରଣ କରିଥିଲେ । ତେବେ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା’ର ସପ୍ତମ ସଂସ୍କରଣ ହେବ ଏବଂ ଏଥିରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କ ସହ ଚର୍ଚ୍ଚା କରିବେ ମୋଦି। ଏନେଇ ପ୍ରଧାନମନ୍ତ୍ରୀ ଗଣ ମାଧ୍ୟମ ଏକ୍ସ ଜରିଆରେ ସୂଚନା ଦେଇଛନ୍ତି । ପ୍ରଗତି ମଇଦାନର ଭାରତ ମଣ୍ଡପରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ୩୦୦୦ ଅଂଶଗ୍ରହଣକାରୀ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ।

Related Articles

Back to top button