ମଧ୍ୟପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ ।

ମଧ୍ୟପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଇଥିଲା । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜଗଦୀଶ ଦେଓଡ଼ା ,ରାଜେନ୍ଦ୍ର ଶୁକ୍ଳା । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିଥିଲେ । ମୋଦିଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଧ୍ୟ ଉପସ୍ଥିତ ଅଛନ୍ତି । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା ।

ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ବାଚସ୍ପତି ଦାୟିତ୍ୱ ମିଳିଛି । ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ ।

Related Articles

Back to top button