ଉତ୍ତରକାଶୀ ହିମସ୍ଖଳନରେ ମୃତ୍ୟୁସଂଖ୍ୟା ୨୬କୁ ବୃଦ୍ଧି

ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀ ହିମସ୍ଖଳନ  ଅଘଟଣରେ ମୃତ୍ୟୁ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି । ନେହେରୁ ଇନଷ୍ଟିଚ୍ୟୁଟ ଅଫ ମାଉଣ୍ଟେନନିଅରିଙ୍ଗର ୩ ଜଣ ଟ୍ରେନିଙ୍କୁ ଖୋଜିବା ଲାଗି ସର୍ଚ୍ଚ ଅପରେସନ ଜାରି ରହିଛି। ମଙ୍ଗଳବାର ସକାଳେ ଉତ୍ତରକାଶୀ ଦ୍ରୌପଦୀର ଦଣ୍ଡା-୨ ପର୍ବତରେ ଏହି ବଡ ଧରଣର ହିମସ୍ଖଳନ ହୋଇଥିବା ବେଳେ ବରଫ ଅତଡା ଭିତରେ ଏକ ପର୍ବତାରୋହୀ ଟିମ୍ ଫସି ରହିଛନ୍ତି।

ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀ ହିମସ୍ଖଳନ(Uttarkashi avalanche) ଅଘଟଣରେ ମୃତ୍ୟୁ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି । ନେହେରୁ ଇନଷ୍ଟିଚ୍ୟୁଟ ଅଫ ମାଉଣ୍ଟେନନିଅରିଙ୍ଗ(Nehru Institute of Mountaineering)ର ୩ ଜଣ ଟ୍ରେନିଙ୍କୁ ଖୋଜିବା ଲାଗି ସର୍ଚ୍ଚ ଅପରେସନ ଜାରି ରହିଛି । ମଙ୍ଗଳବାର ସକାଳେ ଉତ୍ତରକାଶୀ ଦ୍ରୌପଦୀର ଦଣ୍ଡା-୨ ପର୍ବତରେ ଏହି ବଡ ଧରଣର ହିମସ୍ଖଳନ ହୋଇଥିବା ବେଳେ ବରଫ ଅତଡା ଭିତରେ ଏକ ପର୍ବତାରୋହୀ ଟିମ୍ ଫସି ରହିଛନ୍ତି ।

ଶୁକ୍ରବାର ସକାଳ ସୁଦ୍ଧା ୧୯ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଅପରାହ୍ନ ବେଳକୁ ଏହି ସଂଖ୍ୟା ୨୬ରେ ପହଞ୍ଚିଛି । ଆଇଟିବିପି, ବାୟୁସେନା, ଏସଡିଆରଏଫ ଏବଂ ନିମ୍‌ର ପର୍ବତାରୋହୀଙ୍କ ସମେତ ମୋଟ ୩୦ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ବାୟୁସେନାର ହେଲ୍ଟିକପ୍ଟର ମଧ୍ୟ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛି । ଦୀର୍ଘ ୭୦ ଘଣ୍ଟା ଧରି ଜାରି ରହିଥିବା ଉଦ୍ଧାର କାର୍ଯ୍ୟ ଖରାପ ପାଗ ଯୋଗୁଁ ପ୍ରଭାବିତ ହୋଇଥିବା ସୂଚନା ମିଳିଛି ।

Related Articles

Back to top button