ଚାଷୀଙ୍କ ଖାତାକୁ ଆସିଲା ପ୍ରଧାନମନ୍ତ୍ରୀ କିଷାନ ଟଙ୍କା

ଚାଷୀଙ୍କ ଖାତାକୁ ଆସିଲା ପ୍ରଧାନମନ୍ତ୍ରୀ କିଷାନ ଟଙ୍କା । ଆଜି ବାରାଣସୀରୁ ଦେଶର ୯କୋଟିରୁ ଉଦ୍ଧ୍ୱର୍ ଚାଷୀଙ୍କ ଖାତାକୁ ଟଙ୍କା ପଠାଇଛନ୍ତି ପ୍ରଧାନମନ୍ତ୍ରୀ । ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଚାଷୀଙ୍କ ପାଇଁ ପ୍ରଥମ ଦସ୍ତଖତ କରିଥିଲେ ନରେନ୍ଦ୍ର ମୋଦୀ । ମଙ୍ଗଳବାର ଏହା କାର୍ଯ୍ୟକାରୀ ହେବାକୁ ଯାଉଛି । ଉତ୍ତରପ୍ରଦେଶ ବାରାଣସୀରୁ ପ୍ରଧାନମନ୍ତ୍ରୀ ଦେଶର ପ୍ରାୟ ୯କୋଟି ୨୬ ଲକ୍ଷ ଚାଷୀଙ୍କ ଖାତାକୁ ପଠାଇଛନ୍ତି ପିଏମ କିଷାନ ଟଙ୍କା । ୧୭ତମ କିସ୍ତିରେ ୨୦ ହଜାର କୋଟି ଟଙ୍କା ଡିବିଟି ଜରିଆରେ ଚାଷୀଙ୍କ ଖାତାକୁ ଯାଇଛି । ୨ ହଜାର ଟଙ୍କା ଲେଖାଏଁ ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଂଟକୁ ଯାଇଛି ।

ଦେଶକୁ ଖାଦ୍ୟ ଯୋଗାଉଥିବା ଚାଷୀକୂଳକୁ ଆର୍ଥିକ ପ୍ରତ୍ସୋହନ ପାଇଁ ୨୦୧୯ ଫେବ୍ରୁଆରୀ ୨୪ ତାରିଖରେ ପିଏମ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ ମୋଦୀ ସରକାର । ଏଯାଏଁ ୧୬ଟି କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଇ ସାରିଲେଣି । ୨୦୨୩-୨୪ରେ ଓଡିଶାରେ ୩୦ ଲକ୍ଷରୁ ଅଧିକ ପିଏମ କିଷାନ ସମ୍ମାନ ନିଧି ହିତାଧିକାରୀ ଅଛନ୍ତି । ତେଣୁ ମୋଦୀ ପଠାଇଥିବା ଟଙ୍କା ସିଧାସଳଖ ଏମାନଙ୍କ ଖାତାକୁ ଯାଉଛି ।

Related Articles

Back to top button