ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ। ଦେଶବ୍ୟାପୀ ଗାନ୍ଧୀ ଜୟନ୍ତୀ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀରେ ଥିବା ଗାନ୍ଧୀଜୀଙ୍କ ସମାଧିସ୍ଥଳ ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାବ୍ୟତୀତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଓ ଅନ୍ୟାନ୍ୟ ବରିଷ୍ଠ ନେତୃବନ୍ଦଙ୍କ ସମେତ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେ ରାଜଘାଟରେ ସତ୍ୟ ଅହିଂସାର ପଥ ପ୍ରଦର୍ଶକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅପର୍ଣ କରିଛନ୍ତି ।

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ଜନ୍ମ ଜୟନ୍ତୀ । ଶାସ୍ତ୍ରୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିଜୟ ଘାଟରେ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛି ଏବଂ ଦେଶପ୍ରତି ତାଙ୍କର ଅବଦାନକୁ ସ୍ମରଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ବିଜୟ ଘାଟରେ ପହଞ୍ଚି ଶାସ୍ତ୍ରୀଙ୍କୁ ଶ୍ରଦ୍ଧାସୁମନ ଅପର୍ଣ କରିଛନ୍ତି । ଆଜି ଭାରତର ଏହି ଦୁଇ ମହାପୁରୁଷଙ୍କୁ ମନେ ପକାଉଛି ଦେଶ । ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତ୍ରୀ ପାଳନ କରାଯାଉଛି । ଏହି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଛି । ଦେଶ ପ୍ରତି ଏହି ଦୁଇ ମହାପୁରୁଷ ଅବଦାନ ଅତୁଳନୀୟ । ମାତ୍ର ୧୬ ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଅସହଯୋଗ ଆନ୍ଦୋଳନରେ ଭାଗ ନେଇ ଲାଲା ବାହାଦୂର ଶାସ୍ତ୍ରୀ ଭାରତକୁ ସ୍ବାଧୀନତା ଦେବାକୁ ଲଢିଥିଲେ । ଲାଲ ବାହାଦୂର ଶାସ୍ତ୍ରୀଙ୍କ ଅଦ୍ବିତୀୟ ପ୍ରତିଭା ତାଙ୍କୁ ଆଣିଦେଇଥିଲା ସ୍ବତନ୍ତ୍ର ପରିଚୟ । ସେ ଗାନ୍ଧୀଙ୍କ ବିଚାର ଏବଂ ଜୀବନଶୈଳୀ ତାଙ୍କୁ ପ୍ରେରଣା ଯୋଗାଉଥିଲା ।

Related Articles

Back to top button