ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳଛି । ଇଲେକ୍ଟୋରାଲ କଲେଜ୍‍ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପୂର୍ବରୁ ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନ ବ୍ୟବସ୍ଥା ଉପରେ ଅନୁଧ୍ୟାନ କରାଯିବ । ଏସମସ୍ତ ପ୍ରକ୍ରିୟା ଶେଷ ହେବା ମାତ୍ରେ ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ କମିଶନ । ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନକଡ ଗତ ୨୧ତାରିଖରେ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି । ତେବେ ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।

Related Articles

Back to top button