ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ

ଉତ୍ତର ଭାରତରେ ଏବେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ରହିଛି। କଲବଲ କରୁଛି ମୁଣ୍ଡଫଟା ଖରା । ପ୍ରବଳ ଗରମ ଲାଗି ଅଣାୟତ୍ତ ପରିସ୍ଥିତି ସୃଷ୍ଟି ହୋଇଛି । ବିଭିନ୍ନ ସ୍ଥାନରେ ୫୦ ଡେଇଁଛି ପାରଦ । ଏଭଳି ଭୟଭ୍‌କ ତାତି ଭିତରେ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ କିଛି ଉତ୍ତରପୂର୍ବ ରାଜ୍ୟକୁ ମଧ୍ୟ ମୌସୁମୀ ଅଗ୍ରସର ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ମାସରେ ସ୍ୱାଭାବିକ ବର୍ଷା ହେବ । ଜୁଲାଇରୁ ସେପ୍ଟମ୍ବର ମାସ ମଧ୍ୟରେ ଦେଶରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ କୃଷି କ୍ଷେତ୍ରରେ ଅଭିବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି ।

Related Articles

Back to top button