ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପୂର୍ବ ଓ କେନ୍ଦ୍ରୀୟ ଭାରତର କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ : ଭାରତୀୟ ପାଣିପାଗ ବିଭାଗ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପୂର୍ବ ଓ କେନ୍ଦ୍ରୀୟ ଭାରତର କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚଳିତ ମାସ ୧୨ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଓଡ଼ିଶା, ପଞ୍ଜାବ ଓ ହରିୟାଣାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ଆଇଏମଡି କହିଛି।ଆସନ୍ତାକାଲି ପର୍ଯ୍ୟନ୍ତ ପୂର୍ବ ଭାରତରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ଏବଂ ଉତ୍ତର-ପଶ୍ଚିମ ଭାରତରେ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଦେଶର ବାକି ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ସେହିପରି ଆସନ୍ତା ୫ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଘଡ଼ଘଡ଼ି, ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଗୋଆ, ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ ଏବଂ ଲାକ୍ଷାଦ୍ୱୀପରେ ମଧ୍ୟ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ରହିବ ବୋଲି ଆଇଏମଡି କହିଛି। ଜମ୍ମୁ-କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଉତ୍ତର ଭାରତରେ ଆଜି ସାମାନ୍ୟ ସ୍ଥିତି ରହିବ।

Related Articles

Back to top button