ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଭାରତ ରତ୍ନ ସମ୍ମାନ ପ୍ରଦାନ କରାଯାଇଛି

ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଭାରତ ରତ୍ନ ସମ୍ମାନ ପ୍ରଦାନ କରାଯାଇଛି । ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ, ଚୌଧରୀ ଚରଣ ସିଂହ, ପିଭି ନରସିଂହ ରାଓଙ୍କୁ ମରଣୋତ୍ତର ଭାବେ ସମ୍ମାନୀତ କରାଯାଇଛି । ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ଥିବାରୁ ରବିବାର ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପିର କିଛି ବଡ଼ ନେତାଙ୍କ ଉପସ୍ଥିତିରେ ଆଡଭାନୀଙ୍କୁ ସମ୍ମାନିତ କରାଯିବା ନେଇ ସୂଚନା ରହିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଉପସ୍ଥିତ ରହି ନିଜ ପିତାଙ୍କ ସମ୍ମାନ ଗ୍ରହଣ କରିଛନ୍ତି ।

Related Articles

Back to top button