
ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଭାବେ ଘୋଷଣା କରିଛନ୍ତି କେନ୍ଦ୍ର ସରକାର।
ଜୁନ୍ ୨୫କୁ ସମ୍ବିଧାନ ହତ୍ୟା ଦିବସ ଭାବେ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ୧୯୭୫ ମସିହା ଜୁନ୍ ୨୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହୋଇଥିଲା। ତେଣୁ ପ୍ରତ୍ୟେକ ବର୍ଷ ଜୁନ୍ ୨୫ ତାରିଖରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଦିନ ସେ ସମସ୍ତଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରାଇବ, ଯେଉଁମାନେ ୧୯୭୫ର ଜରୁରୀକାଳୀନ ପରିସ୍ଥିତିର ଅମାନବୀୟ ଯନ୍ତ୍ରଣାକୁ ସହିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଏନେଇ ଟ୍ବିଟ୍ ମଧ୍ୟ କରିଛନ୍ତି।