ଜାନୁଆରୀ ୨୨ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ

ଭକ୍ତଙ୍କର ବହୁ ପ୍ରତୀକ୍ଷାର ଅନ୍ତ ପରେ ପ୍ରତିଷ୍ଠା ହେବାକୁ ଯାଉଛି ରାମ ମନ୍ଦିର । ଆସନ୍ତା ବର୍ଷ ଜାନୁଆରୀ ୨୨ତାରିଖରେ ଅଯୋଧ୍ୟା ରାମ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସଂପାଦକ ଚମ୍ପତ ରାୟ ଗତକାଲି ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ତାରିଖ ଘୋଷଣା କରିଛନ୍ତି ।

ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି – ଜୟ ସିୟାରାମ ! ଆଜିର ଦିନ ବହୁତ ଭାବନାରେ ଭରି ରହିଛି । ଏବେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ପଦାଧିକାରୀମାନେ ମୋର ବାସଭବନରେ ଭେଟି ଶ୍ରୀରାମଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି । ମୁଁ ଏଥିପାଇଁ ନିଜକୁ ଧନ୍ୟ ମନେ କରୁଛି ।

ସୂଚନା ଯୋଗ୍ୟ ଯେ,୨୦୧୯ରେ ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ପରେ ମନ୍ଦିର ନିର୍ମାଣ ରାସ୍ତା ପରିଷ୍କାର ହୋଇଥିଲା । ରାମ ମନ୍ଦିର ନିର୍ମାଣ କ୍ଷେତ୍ରରେ ସମସ୍ତ ନିଷ୍ପତ୍ତି ନେବାକୁ କେନ୍ଦ୍ର ସରକାର ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ଗଠନ କରିଥିଲେ। ୨୦୨୦ ଅଗଷ୍ଟ ୫ ତାରିଖରେ ମନ୍ଦିରର ଶିଳାନ୍ୟାସ ହୋଇଥିଲା । ପ୍ରଧାନମନ୍ତ୍ରୀ ମୋଦି ଶିଳାନ୍ୟାସ କରିଥିଲେ ।

Related Articles

Back to top button