ଆରବ ସାଗରରେ ୧୯ ଜଣ ପାକିସ୍ତାନୀଙ୍କୁ ଜଳଦସ୍ୟୁଙ୍କ କବଳରୁ ରକ୍ଷା କଲା ଭାରତୀୟ ନୌସେନା

ଆରବ ସାଗରରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ମାଛଧରା ଡଙ୍ଗା ସହ ମତ୍ସ୍ୟଜୀବୀଙ୍କୁ ଲୁଟେରାଙ୍କ କବଳରୁ ରକ୍ଷା କରିଛି ଭାରତୀୟ ନୌସେନା ଜାହାଜ ‘ଆଇଏନଏସ ସୁମିତ୍ରା’ । ଗୋଟିଏ ଜାହାଜରୁ ୧୯ ଜଣ ପାକିସ୍ତାନୀ ଏବଂ ଅନ୍ୟ ଏକ ଜାହାଜରୁ ୧୭ ଜଣଙ୍କୁ ସୁମିତ୍ରା ଉଦ୍ଧାର କରିବାରେ ସଫଳ ହୋଇଛି ଭାରତୀୟ ନୌସେନା । ସୂଚନା ଅନୁଯାୟୀ ଆଇଏନଏସ ସୁମତ୍ରା ଇରାନୀୟ ଜାହଜକୁ ହାଇଜ୍ୟାକ୍ ହେବାରୁ ରକ୍ଷା କରିଥିଲା । ଏହାପରେ ପୁଣିଥିରେ ଆରବ ସାଗରରେ ସ୍ପେଶାଲ ଅପରେସନ ଦ୍ବାରା ସୋମାଲିଆ ଜଳଦସ୍ୟୁଙ୍କ କବଳରୁ ଏଲ ନୀମି ନାମକ ଏକ ଜାହାଜ ଏବଂ ମତ୍ସଜୀବୀଙ୍କୁ ଉଦ୍ଧାର କରିଛି । ଏହି ଅପରେସନରେ ୧୯ ଜଣ କ୍ରୁ ମେମ୍ବର ଏବଂ ଜାହାଜକୁ ସୋମାଲିଆ ଜଳଦସ୍ୟୁଙ୍କ କବଳରୁ ଉଦ୍ଧାର କରିଛି ।

ସୂଚନା ଅନୁସାରେ, ୧୧ ଜଣ ସଶସ୍ତ୍ର ବାହିନୀ ପାକିସ୍ତାନୀ କ୍ରୁ ସଦସ୍ୟ ରହିଥିବା ନୀମି ନାମକ ଏକ ମତ୍ସ୍ୟଜୀବୀ ଜାହାଜକୁ ହାଇଜାକ କରି ନେଇଥିଲେ । ଉକ୍ତ ଜାହାଜରେ ୧୯ଜଣ ପାକିସ୍ତାନୀ କ୍ରୁ ସଦସ୍ୟ ରହିଥିଲେ । ତେବେ ଜଳଦସ୍ୟୁମାନଙ୍କର ଅପହରଣ ଅଭିଯାନକୁ ଭଣ୍ଡୁର କରିଥିଲା ସୁମିତ୍ରା । ଭାରତୀୟ ନୌସେନା ଜାହାଜ ‘ଆଇଏନଏସ ସୁମିତ୍ରା’ ଉକ୍ତ ହାଇଜାକ ଜାହାଜକୁ ଅଟକାଇ ୧୯ ଜଣ କ୍ରୁ ସଦସ୍ୟଙ୍କୁ ମୁକ୍ତ କରିଛି । କେରଳର କୋଚି ଉପକୂଳ ଠାରୁ ୮୫୦ ମାଇଲ ଦୂରରେ ଏହି ଅପରେସନ କରି ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଛି ସୁମିତ୍ରା । ଜାହାଜରୁ ଉଦ୍ଧାର ହୋଇଥିବା ନାବିକମାନେ ଏବେ ସୁରକ୍ଷିତ ଅଛନ୍ତି। ଆରବ ସାଗରରେ ଜଳଦଶ୍ୟୁଙ୍କ ଏପରି କାଣ୍ତକୁ ଦେଖି ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦେଇଛି।

Related Articles

Back to top button