ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ।

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି ।ଶିକ୍ଷକ ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ମନୋନୀତ ପୁରସ୍କାର ବିଜେତାମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ। ସମ୍ମାନିତ ଶିକ୍ଷକମାନଙ୍କୁ ୫୦,୦୦୦ ଟଙ୍କା, ରୌପ୍ୟ ପଦକ ଓ ପ୍ରମାଣପତ୍ର ପ୍ରଦାନ କରାଯାଇଛି।

Related Articles

Back to top button