![](https://abhigam.com/wp-content/uploads/2024/04/Screenshot_2024-04-09-18-56-45-07_680d03679600f7af0b4c700c6b270fe7.jpg)
୪ଘଣ୍ଟା ବନ୍ଦ ରହିବ ଦର୍ଶନ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି
ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି। ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। କିନ୍ତୁ ପାଶ୍ୱର୍ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କର ଏହି ଗୁପ୍ତନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।