କର୍ମ କ୍ଷେତ୍ରରେ ମୃତ୍ୟୁ ଘଟିଲେ ମିଳିବ ୧୦ ଲକ୍ଷ ଟଙ୍କା 

ଭୁବନେଶ୍ୱର :  କର୍ମ କ୍ଷେତ୍ରରେ ମୃତ୍ୟୁ ଘଟିଲେ ମିଳିବ ୧୦ ଲକ୍ଷ ଟଙ୍କା । ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଆଣିଛନ୍ତି ଖୁସି ଖବର। ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି ପ୍ରସ୍ତାବ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। କର୍ମ କ୍ଷେତ୍ରରେ ଯଦି କର୍ମଚାରୀ ମାନଙ୍କ ମୃତ୍ୟୁ ଘଟେ ତେବେ ସେମାନଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ।

ଏହି ସହାୟତା ରାଶିର ପରିମାଣକୁ ବର୍ତ୍ତମାନ ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହା ପୂର୍ବରୁ, ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି କରାଯାଇଛି। ସେହିପରି ଏଥିରେ ଗୁରୁତର ଆହତ ଅର୍ଥାତ ସ୍ଥାୟୀ ଆହତଙ୍କ କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବୃଦ୍ଧି କରାଯାଇଛି । ୬୦ ପ୍ରତିଶତରୁ କମ୍ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା।

Related Articles

Back to top button