ଅନୁଗୁଳ ଜିଲ୍ଲା ଏନଏଚ୍ -୫୩ର ସମ୍ପ୍ରସାରଣ ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତୀନ ଗଡକରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ରାସ୍ତା କାର୍ଯ୍ୟ ଚାଲିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇପାରି ନାହିଁ। ଏହାରି ମଧ୍ୟରେ ଏହି ବଡ ସୂଚନା ଦେଇଛନ୍ତି ନିତୀନ ଗଡକରୀ।

ଅନୁଗୋଳ ଜିଲ୍ଲା ଏନଏଚ-୫୩ରେ ରେଙ୍ଗାଲି, ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଏହି ଜାତୀୟ ରାଜପଥ ପାରାଦୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି କୋରିଡରକୁ ସଂଯୋଗ କରୁଛି। ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତୟତ ସୁରକ୍ଷିତ ହେବ। ଏହାବ୍ୟତିତ ଏହି ରାଜପଥ ଭାରି ଯାନର ଯାତାୟତ ସହଜ ହେବ ଏବଂ ଏହି ଶିଳ୍ପ କୋରିଡର ତଥା କୋଲ୍ ଇଣ୍ଡିଆ, ଏନଟିପିସି, ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ।

କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ ଏହି ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଭାଗୀୟ ମନ୍ତ୍ରୀ ଶ୍ରୀ ଗଡକରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଏନଏଚ-୫୩ର ସମ୍ପ୍ରସାରଣ ଅନୁଗୋଳ ଏବଂସମ୍ବଲପୁର ଜିଲ୍ଲାର ଯାତାୟତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ।

Related Articles

Back to top button