ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ

ଭୁବନେଶ୍ୱର: ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ଅଗଷ୍ଟ ୮ ତାରିଖରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ଘୋଷଣା କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.odisharesults.nic.in ଓ୍ବେବ୍‌ସାଇଟ୍‌ରେ ପରୀକ୍ଷାଫଳ ଦେଖିପାରିବେ। ତେବେ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ଉକ୍ତ ଦିନ ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ । ଜୁଲାଇ ୨୭ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଚଳିତବର୍ଷ ବିଜ୍ଞାନରେ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ ହାର ୮୯ ପ୍ରତିଶତ ରହିଥିଲା। ଚଳିତ ବର୍ଷ ୭୨,୧୦୬ ଜଣ ବିଜ୍ଞାନରେ ପାସ କରିଥିବା ବେଳେ ୨୧,୧୬୫ ଜଣ ବାଣିଜ୍ୟରେ ପାସ କରିଥିଲେ ।

Related Articles

Back to top button